ଆଜି ରାଜ୍ୟ ରେ ୫୨୬ ଜଣ ସଂକ୍ରମିତ ଚିହ୍ନଟ

29

ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ର ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୩ ଜଣ ଆକ୍ରାନ୍ତ ଥିବା ଜଣାପଡିଛି I ସେମାନଙ୍କ ମଧ୍ୟ ରୁ ୩୦୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୨୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୬୮ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି ।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୩ ଜଣ, ବାଲେଶ୍ୱରରୁ ୩୩ ଜଣ, ଭଦ୍ରକରୁ ୩ ଜଣ, ବରଗଡ଼ରୁ ୨ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୬୩ ଜଣ, ଦେବଗଡ଼ରୁ ୩ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୧୬ ଜଣ, ଯାଜପୁରରୁ ୧୩ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୪ ଜଣ, ଖୋର୍ଦ୍ଧାରୁ ୨୩୩ ଜଣ, କୋରାପୁଟରୁ ୪ ଜଣ, ମୟୁରଭଞ୍ଜରୁ ୨୯ ଜଣ, ମାଲକାନଗିରିରୁ ୨ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୭ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୯ ଜଣ ଓ ଷ୍ଟେଟ ପୁଲରୁ ୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୧ ହଜାର ୪୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୧୭ ହଜାର ୭୧୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୫ ହଜାର ୩୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ପାର୍ବଣ ସମୟ ରେ ଲୋକ ଗହଳି ରେ ସଂକ୍ରମଣ ବୃଦ୍ଧି ର ଆଶଙ୍କା ଥିବାରୁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ତରଫରୁ ମାର୍ଗଦର୍ଶିକା ଜାରି ହେବା ସହିତ ସ୍ୱତନ୍ତ୍ର ନଜର ରଖା ଯାଇଛି I

Leave A Reply

Your email address will not be published.