ଆସନ୍ତା କାଲି ନବୀନଙ୍କ ଟିମ ରେ ୫ ମହିଳାଙ୍କ ସମେତ ୨୧ ଜଣ ନେବେ ଶପଥ,୧୩ ଜଣଙ୍କୁ କ୍ୟାବିନେଟ୍ ଓ ୮ ଜଣଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିପାରେ

34

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ତ୍ରିମଣ୍ଡଳର ସମସ୍ତ ମନ୍ତ୍ରୀଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦେବା ପରେ ସମସ୍ତ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି । ଆସନ୍ତାକାଲି ଦିନ ୧୧ଟା ୪୫ରେ ନୂଆ ମନ୍ତ୍ରୀ ମାନଙ୍କର ଶପଥ ଗ୍ରହଣ କାର୍ଯ୍ୟକ୍ରମ ରହିଛି । ନୂଆ ମନ୍ତ୍ରୀ ମାନଙ୍କ ମଧ୍ୟରୁ ୧୩ ଜଣଙ୍କୁ କ୍ୟାବିନେଟ୍‌ ପାହ୍ୟା ମିଳିବା ନେଇ ସମ୍ଭାବନା ରହିଥିବା ବେଳେ ୮ ଜଣଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିବା ନେଇ ଚର୍ଚ୍ଚା ହେଉଛି । ସମ୍ଭାବ୍ୟ କ୍ୟାବିନେଟ୍ ମନ୍ତ୍ରୀଙ୍କ ତାଲିକାରେ ଝାରସୁଗୁଡା ବିଧାୟକ ନବ ଦାସ, ଆଠଗଡ ବିଧାୟକ ରାଜା ସ୍ୱାଇଁ, କାମାକ୍ଷାନଗର ବିଧାୟକ ପ୍ରଫୁଲ୍ଲ ମଲ୍ଲିକଙ୍କ ନାଁ ରହିଛି । ସେହିପରି ପ୍ରମିଳା ମଲ୍ଲିକ, ଉଷା ଦେବୀ, ଟୁକୁନି ସାହୁ, ଜଗନ୍ନାଥ ସାରକା, ପ୍ରତାପ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରଦୀପ ଅମାତ, ଅଶୋକ ପଣ୍ଡା, ରାଜେନ୍ଦ୍ର ଢୋଲକିଆ, ନିରଞ୍ଜନ ପୂଜାରୀଙ୍କ ନାଁ ସମ୍ଭାବ୍ୟ ତାଲିକାରେ ରହିଛି । ପ୍ରଥମଥର ପାଇଁ ୭ଜଣ ସମ୍ପୂର୍ଣ୍ଣ ନୂଆ ମୁହଁ ବୋଲି ଜଣାପଡ଼ିଛି । ସେପଟେ ୮ ଜଣ ବିଧାୟକଙ୍କ ନାମ ମଧ୍ୟ ସମ୍ଭାବ୍ୟ ରାଷ୍ଟ୍ରମନ୍ତ୍ରୀଙ୍କ ତାଲିକାରେ ରହିଛି । ସେମାନେ ହେଲେ ସମୀର ରଞ୍ଜନ ଦାସ, ଅଶ୍ୱିନୀ କୁମାର ପାତ୍ର, ପ୍ରୀତିରଞ୍ଜନ ଘଢେଇ, ଶ୍ରୀକାନ୍ତ ସାହୁ, ତୁଷାରକାନ୍ତି ବେହେରା, ରୋହିତ ପୂଜାରୀ, ରିତା ସାହୁ, ବାସନ୍ତୀ ହେମ୍ବ୍ରମଙ୍କ ନାଁ ତାଲିକାରେ ରହିଛି । ତେବେ ଏମାନଙ୍କ ଗୁରୁତ୍ୱପୂର୍ଣ୍ଣ ବିଭାଗ ମିଳିପାରେ । ଆସନ୍ତାକାଲି ସମ୍ଭାବ୍ୟ ତାଲିକାରେ ଥିବା ବିଧାୟକମାନେ ଶପଥ ନେଇପାରନ୍ତି ।ତେବେ ମନ୍ତ୍ରିମଣ୍ଡଳରେ ବିବାଦୀୟ ଚେହେରା ଥିବା ଦିବ୍ୟଶଙ୍କର ମିଶ୍ର, ପ୍ରତାପ ଜେନା, ଅରୁଣ ସାହୁଙ୍କ ସମେତ ମୋଟ ୧୨ଜଣ ମନ୍ତ୍ରୀଙ୍କୁ ବିଦା କରାଯାଇଛି।

Comments are closed, but trackbacks and pingbacks are open.