ଆସନ୍ତାକାଲି ୧୮ ଲକ୍ଷ ପାଇବେ ସୁଭଦ୍ରା ଟଙ୍କା

24

ଭୁବନେଶ୍ୱର: ଆସନ୍ତାକାଲି ଅର୍ଥାତ ଶନିବାର ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ । ସୁଭଦ୍ରା ଟଙ୍କା ମିଳିବା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ଆସନ୍ତାକାଲି ଯାଜପୁର ଠାରେ ଆୟୋଜିତ ହେବାକୁ ଥିବା ଏକ  ସ୍ୱତନ୍ତ୍ର ଉତ୍ସବରେ ଏହି ଟଙ୍କା ପ୍ରଦାନ କରାଯିବ । ଶ୍ରୀମତୀ ପରିଡ଼ା କହିଛନ୍ତି ଯେ ୩.୩୮ ହିତାଧିକାରୀଙ୍କ ଏନପିସିଆଇ କ୍ଲିୟରାନ୍ସ ସମସ୍ୟା ଥିଲା । ସେମାନଙ୍କ ମଧ୍ୟରୁ ୬୮ ହଜାର ହିତାଧିକାରୀଙ୍କ ସମସ୍ୟା ସମାଧାନ ହୋଇଛି । ବାକି ଯେଉଁମାନଙ୍କ ସମସ୍ୟା ରହିଛି ସେମାନଙ୍କୁ ବ୍ୟାଙ୍କକୁ ଯିବାକୁ ପଡ଼ିବ ।ସୂଚନାଯୋଗ୍ୟ, ଗତ ବର୍ଷ ସେପ୍ଟେମ୍ବର ୧୭ ତାରିଖରେ ଭୁବନେଶ୍ବରରେ ସୁଭଦ୍ରା ଯୋଜନା ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବଟନ ଟିପି ଏହି ଯୋଜନାର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ। ଏହାଫଳରେ ହିତାଧିକାରୀ ମହିଳାମାନଙ୍କ ଆକାଉଣ୍ଟକୁ ସିଧାସଳଖ ୫ ହଜାର ଟଙ୍କାର ପ୍ରଥମ କିସ୍ତି ଯାଇଥିଲା। 

Comments are closed, but trackbacks and pingbacks are open.