୧୩ ଯାଏ ଅସହ୍ୟ ତାତି ଓ ଗୁଳୁଗୁଳି

269

ଭୁବନେଶ୍ୱର : ଓଡ଼ିଶାରେ ଆସନ୍ତାକାଲିଠାରୁ ୧୩ ତାରିଖ ଯାଏ ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ଲହରୀ ସହ ଉଷ୍ମ ଓ ଆର୍ଦ୍ର ସ୍ଥିତି ରହିବାର ସମ୍ଭାବନା ରହିଛି। ଫଳରେ ତାତି ବଢ଼ିବା ସହ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ। ଏହା ସହ ଝାଞ୍ଜି ପବନ ବହିବାର ସମ୍ଭାବନା ରହିଛି। ଯାହାକୁ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେପଟେ ୧୩ ତାରିଖ ଯାଏ ବର୍ଷା ପାଇଁ କୌଣସି ସତର୍କତା ଜାରି ହୋଇନଥିବା ବେଳେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାହେବ ବୋଲି ପୂର୍ବାନୁମାନ କରାଯାଇଛି। ଆସନ୍ତାକାଲି (୮ ତାରିଖ) କିଛି ସ୍ଥାନରେ ବର୍ଷା ସହ ବିଜୁଳି ଘଡ଼ଘଡ଼଼ି ଓ ଝଟକା ପବନ ୩୦ରୁ ୪୦ କିମି ବେଗରେ ବହିବାର ସମ୍ଭାବନା ରହିଛି। ଯାହାକୁ ନେଇ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଉଷ୍ମ ଓ ଆଦ୍ର ଅବସ୍ଥାର ସମ୍ଭାବନା ରହିଛି। ଫଳରେ ଏସବୁ ଜିଲ୍ଲାରେ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ। ଯାହାକୁ ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ୯ ତାରିଖରେ ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ହେବା ସମ୍ଭାବନା ରହିଛି । ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଉଷ୍ମ ଓ ଆର୍ଦ୍ର ସ୍ଥିତ ରହିବାର ସମ୍ଭାବନା ରହିଛି। ଯାହାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେପଟେ ୧୦ ତାରିଖ ବେଳକୁ ତାତି ଆହୁରୁ ବଢ଼ିବ। ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ ଓ ବଲାଙ୍ଗୀରର କିଛି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିବାର ସମ୍ଭାବନା ରହିଛି। ଏହାସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଉଷ୍ମ ଓ ଆର୍ଦ୍ର ସ୍ଥିତ ରହିବ। ଫଳରେ ଗରମ ସହ ଗୁଳୁଗୁଳି ଅନୁଭୂତ ହେବ। ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଭିତରେ ରଖିଛି। ୧୧ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ, ସମ୍ବଲପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଉଷ୍ମ ଓ ଆର୍ଦ୍ର ସ୍ଥିତ ରହିବ। ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।୧୨ ଓ ୧୩ ତାରିଖ ବେଳକୁ ଗ୍ରୀଷ୍ମ ପ୍ରବାହ ଆହୁରି ବଢ଼ିବ। ଏହି ୨ ଦିନ ପାଇଁ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଜିଲ୍ଲାଗୁଡ଼ିକ ହେଉଛି, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ସୋନପୁର, ସମ୍ବଲପୁର, ବୌଦ୍ଧ ଓ ବଲାଙ୍ଗୀର। ସେହିପରି ଉଷ୍ମ ଓ ଆର୍ଦ୍ର ସ୍ଥିତି ପାଇଁ ଗଜପତି, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟରେ ରଖାଯାଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଗାମୀ ୨ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ପରେ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବାର ସମ୍ଭାବନା ରହିଛି। ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଅନେକ ସ୍ଥାନରେ ବର୍ଷା ହୋଇଥିବା ବେଳେ ବାଲେଶ୍ୱର ଜିଲ୍ଲାର ଏନଏଚ-୫ ଗୋବିନ୍ଦପୁରରେ ସର୍ବାଧିକ ୫୪.୪ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପିର ଝାରସୁଗୁଡ଼ାରେ ସର୍ବାଧିକ ୩୯.୬ ଡିଗ୍ରୀ ଓ ଭଦ୍ରକରେ ସର୍ବନିମ୍ନ ୨୦.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

Comments are closed, but trackbacks and pingbacks are open.