ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ସହ କଥା ହେଲେ କେନ୍ଦ୍ରମନ୍ତ୍ରୀ

315

ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ସବୁ ପ୍ରକାର ସାହାଯ୍ୟ ସହଯୋଗ ସହ ଶ୍ରମିକ ମାନଙ୍କୁ ସୁରକ୍ଷିତ ଉଦ୍ଧାର କରିବା ପାଇଁ ଆଶ୍ୱସ୍ତ କଲେ- ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, ନଭେମ୍ବର ୧୩ – ଉତ୍ତରାଖଣ୍ଡର ଉତ୍ତରକାଶୀରେ ନିର୍ମାଣାଧୀନ ଟନେଲରେ ଫସି ରହିଥିବା ଶ୍ରମିକ ମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ନେଇ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ସହ କଥା ହୋଇଛନ୍ତି ।

ଶ୍ରୀ ପ୍ରଧାନ ଏ ସମ୍ପର୍କରେ ଟ୍ୱିଟ୍ କରି କହିଛନ୍ତି ଯେ ଉତ୍ତରକାଶୀରେ ନିର୍ମାଣାଧୀନ ଟନେଲରେ ଫସି ରହିଥିବା ଓଡ଼ିଶା ସମେତ ବିଭିନ୍ନ ରାଜ୍ୟର ଶ୍ରମିକ ମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ପାଇଁ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ସହ କଥା ହେଲି । ଉତ୍ତରାଖଣ୍ଡ ସରକାର ସବୁ ପ୍ରକାର ସାହାଯ୍ୟ ସହଯୋଗ ସହ ଶ୍ରମିକ ମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ପାଇଁ ପଦକ୍ଷେପ ନେଉଛନ୍ତି । ସମସ୍ତ ଶ୍ରମିକମାନେ ସୁରକ୍ଷିତ ଅଛନ୍ତି ବୋଲି ସେ ଆଶ୍ୱସ୍ତ କରିଛନ୍ତି । ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରିଛନ୍ତି ।

Comments are closed, but trackbacks and pingbacks are open.