ଉତ୍ତରପ୍ରଦେଶ ଲକ୍ଷ୍ମୀପୁର ଖେରୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କାରେ ୮ଜଣଙ୍କ ମୃତ୍ୟୁ ହୋଇଥିବା ୨୫ରୁ ଅଧିକ ଲୋକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । କିଛି ଆହତଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି । ତେଣୁ ମୃତକଙ୍କ ସଂଖ୍ୟା ଆହୁରି ବଢିପାରେ ବୋଲି କୁହାଯାଇଛି ।
ଖବର ଅନୁଯାୟୀ, ମଙ୍ଗଳବାର ସକାଳ ସମୟରେ ଶାରଦା ନଦୀ ପୋଲ ନିକଟରେ ଏକ ଯାତ୍ରୀବାହୀନ ବସ୍ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଯେଉଁଥିରେ ଘଟଣାସ୍ଥଳରେ ହିଁ ୮ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ ଲୋକ ଆହତ ହୋଇଛନ୍ତି । ଦୁର୍ଘଟଣା ସଂପର୍କରେ ଖବର ପାଇଁ ସ୍ଥାନୀୟ ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି । ତେବେ ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି । ସମସ୍ତ ମୃତଦେହକୁ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଛି ।
Next Post
Comments are closed, but trackbacks and pingbacks are open.