ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୪ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା,ରେଡ୍ ଆଲର୍ଟ ଜାରି

25

ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ ଘନୀଭୂତ ହୋଇ ଅବପାତରେ ରୂପ ନେଉଛି । ଏହାର ପ୍ରଭାବରେ ମଙ୍ଗଳବାର ଠାରୁ ୪ ଜିଲ୍ଲାରେ ଭୀଷଣ ବର୍ଷା ସମ୍ଭାବନା ରହିଛି ଏହି ୪ ଜିଲ୍ଲା ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି ହୋଇଛି। ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶାରେ ବି ପ୍ରବଳ ଢାଳିବ । ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏଭଳି ପୂର୍ବାନୁମାନ କରିଛି ।

ତେବେ ଆସନ୍ତା ୨୪ ଘଣ୍ଟା ଭିତରେ ଗଜପତି, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ଅତି ପ୍ରବଳ ବର୍ଶା ହେବ । ଏନେଇ ଏହି ୩ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

ଆଜି ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ, କନ୍ଧମାଳ, ରାୟଗଡା, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, କୋରାପୁଟ ଆଦି ୧୧ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ତଳୁଆ ଅଞ୍ଚଳ ବାସୀଙ୍କ ସତର୍କ ରହିବାକୁ କୁହାଯାଇଛି । ଚାଷ ଜମିରେ ମଧ୍ୟ ପାଣି ଜମିରହିବ । ଏନେଇ ସମସ୍ତଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଅନ୍ୟପଟେ ୧୦ ତାରିଖ ପରେ ରାଜ୍ୟରେ ବର୍ଷାର ପରିମାଣ କମିବ ଏବଂ ପାଗରେ ପରିବର୍ତ୍ତନ ହେବ ।

Comments are closed, but trackbacks and pingbacks are open.