୬ ଜଣ ଟ୍ରେନି ଆଇଏଏସ୍‌ ଅଧିକାରୀଙ୍କ ଶିକ୍ଷା ବିଭାଗ ପରିଦର୍ଶନ

21

ଭୁବନେଶ୍ୱର : ଓଡିଶା କ୍ୟାଡରର ୬ଜଣ ଟ୍ରେନି ଆଇଏଏସ୍‌ ଅଧିକାରୀ ବିଦ୍ୟାଳ ୟ ଓ ଗଣଶିକ୍ଷା ବିଭାଗ ପରିଦର୍ଶନ କରିଛନ୍ତି । ଭୁବନେଶ୍ୱର ସ୍ଥିତ ଗୋପବନ୍ଧୁ ଏକାଡେମୀ ଅଫ୍‌ ଆଡମିନିଷ୍ଟ୍ରେସନରେ ତାଲିମ ନେବାକୁ ଥିବା ଏହି ପ୍ରଶାସନିକ ଅଧିକାରୀ ଗୁରୁବାର ଦିନ ମୋ ସ୍କୁଲ କାର୍ଯ୍ୟାଳୟ, ଓଡିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ କାର୍ଯ୍ୟାଳୟ ଓ ଚନ୍ଦ୍ରଶେଖରପୁରଠାରେ ଥିବା ଆଇକନିକ୍‌ ଓଡିଶା ଆଦର୍ଶ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି ।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ଗ୍ରହଣ କରାଯାଇଥିବା କାର୍ଯ୍ୟକ୍ରମଗୁଡିକ ସମ୍ବନ୍ଧରେ ସେମାନଙ୍କୁ ଅବଗତ କରିଛନ୍ତି । ଓଡିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣର ରାଜ୍ୟ ପ୍ରକଳ୍ପ ନର୍ଦ୍ଦେଶକ ଶ୍ରୀ ଅନୁପମ ସାହା ପ୍ରଶାସନିକ ଶାସନ ବ୍ୟବସ୍ଥା ଏବଂ ୫-‘ଟି’ ହାଇସ୍କୁଲ୍‌ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ବିଷୟରେ ସେମାନ ଙ୍କୁ କହିଥିଲେ । ସେହିଭଳି ଓଡ଼ିଶା ଆଦ ର୍ଶ ବିଦ୍ୟାଳ ୟର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଦୁର୍ଗାପ୍ରସାଦ ମହାପାତ୍ର, ମୋ ସ୍କୁ ଲ ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶୀ୍ର ଅମର ଜିତ୍‌ ଜେନା ଓ ମୋ ସ୍କୁଲର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ବିଭିନ୍ନ କାର୍ଯ୍ୟକ୍ରମର ପରିଚାଳନା ବିଷୟରେ ସେମାନଙ୍କୁ ଅବଗତ କରିଥିଲେ।

୫-‘ଟି’ ଉଚ୍ଚ ବିଦ୍ୟାଳୟ ରୂପାନ୍ତରୀକରଣ, ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର, ମୋ ସ୍କୁଲ ଅଧିନରେ ପୁରାତନ ଛାତ୍ରଛାତୀ୍ର ଙ୍କ ଅବଦାନ, ସମଗ୍ର ଶିକ୍ଷା, ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଆଦି କାର୍ଯ୍ୟକ୍ରମର ବିସ୍ତୃତ ଧାରଣା ସେମାନଙ୍କୁ ପ୍ରଦାନ କରାଯାଇଛି । ୨୦୨୨ ବ୍ୟାଚ୍‌ ଓଡିଶା କ୍ୟାଡରର ଏହି ୬ଜଣ ପ୍ରଶାସନିକ ଅଧିକାରୀ ରାଜ୍ୟ ସ୍ତରରେ ମୟୂରଭଞ୍ଜ, ଗଞ୍ଜାମ, ଝାରସୁଗଡା, ସମ୍ବଲପୁର, ସୁନ୍ଦରଗଡ ଓ କୋରାପୁଟ
ଜିଲ୍ଲାରେ ମଧ୍ୟ ଏକ ବର୍ଷ ତାଲିମ ନେବେ । ଓଡିଶାରେ ତାଲିମ ସମାପ୍ତ ପରେ ସେମାନେ ଉତ୍ତରାଖଣ୍ଡର ଲାଲ ବାହାଦୂର ଶାସ୍ତ୍ରୀ ନ୍ୟାସନାଲ ଏକାଡେମୀ ଅଫ ଆଡମିନିଷ୍ଟ୍ରେସନରେ ତାଲିମ ଗ୍ରହଣ କରିବେ । ଏହାପରେ ଓଡିଶାରେ ସେମାନଙ୍କ ପାଇଁ ଦିଆଯାଇଥିବା ନିଜ ନିଜ ଜିଲ୍ଲାରେ କାର୍ଯ୍ୟରେ ଯୋଗଦେବେ ।

Comments are closed, but trackbacks and pingbacks are open.