ଜଳ ସମ୍ପଦ ବିଭାଗକୁ ଆହୁରି ସୁଦକ୍ଷ ଓ ସ୍ମାର୍ଟ କରାଯିବ: ମୁଖ୍ୟମନ୍ତ୍ରୀ

197

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୂର୍ବାହ୍ନ ୧୦ଟା ସମୟରେ ରାଜୀବ ଭବନସ୍ଥିତ ଜଳ ସମ୍ପଦ ବିଭାଗ ପରିଦର୍ଶନ କରି ବିଭାଗର ସବିସ୍ତୃତ କାର୍ଯ୍ୟାବଳୀ ସମ୍ପର୍କରେ ପଚାରି ବୁଝିଛନ୍ତି। ମୁଖ୍ୟମନ୍ତ୍ରୀ ଜଳ ସମ୍ପଦ ବିଭାଗରେ ପହଞ୍ଚି ପ୍ରଥମେ ଅଷ୍ଟମ ମହଲାସ୍ଥିତ ରାଜ୍ୟ ଜଳ ବିଜ୍ଞାନ ତଥ୍ୟ କେନ୍ଦ୍ର  ଯାଇ ସେଠାରେ ରାଜ୍ୟରେ ବିଭିନ୍ନ ଜଳ ଭଣ୍ଡାର ଓ ନଦୀ ଗୁଡିକରେ ଜଳ ସ୍ଥିତି ଅନୁଧ୍ୟାନ କରିବା ସହିତ ଏହାର କାର୍ଯ୍ୟ ପ୍ରଣାଳୀ ସମ୍ପର୍କରେ ବୁଝିଥିଲେ। ସୂଚନାଯୋଗ୍ୟ ଯେ, ରାଜ୍ୟ ଜଳ ବିଜ୍ଞାନ ତଥ୍ୟ କେନ୍ଦ୍ରର ତଥ୍ୟ ଅନୁଯାୟୀ Real-Time ଭିତ୍ତିରେ ରାଜ୍ୟରେ ଜଳ ପରିଚାଳନା କରାଯାଇଥାଏ।

Comments are closed, but trackbacks and pingbacks are open.