୧୫ ତାରିଖ ପରଠୁ ପାଣିପାଗରେ ହେବ ପରିବର୍ତ୍ତନ:IMD

44

ରାଜ୍ୟରେ ଆସନ୍ତା ୧୫ ତାରିଖରୁ ଏହାର ପ୍ରଭାବ ପଡ଼ିବ ବୋଲି ଆକଳନ କରାଯାଉଛି। ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ୨ସପ୍ତାହ ପର୍ଯ୍ୟନ୍ତ ପାଣିପାଗରେ ପରିବର୍ତ୍ତନ ପରିଲକ୍ଷିତ ହେବ ବୋଲି କହିଛି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ସୂଚନା ଅନୁସାରେ ମାର୍ଚ୍ଚ ୧୭ ତାରିଖ ପର୍ଯ୍ୟନ୍ତ ରାଜଧାନୀ ଦିଲ୍ଲୀ ଓ ଓଡିଶା ସମେତ ଅନ୍ୟ ୧୧ଟି ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ଏହି କ୍ରମରେ ଓଡ଼ିଶା ସମେତ ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ତାମିଲନାଡୁ, କେରଳ, କର୍ଣ୍ଣାଟକ, ମେଘାଳୟ, ମଣିପୁର, ନାଗାଲାଣ୍ଡ ଓ ମିଜୋରାମଆଦିରେ ବର୍ଷା ସମ୍ବନ୍ଧୀୟ ସତର୍କତା ନେଇ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର (IMD) ମୋଟ ୧୨ଟି ରାଜ୍ୟକୁ ଆଲର୍ଟ ଜାରି କରିଛି ।

୧୫ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିର କିଛି ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି।

Comments are closed, but trackbacks and pingbacks are open.