ବରଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ: ୧୫ ଆହତ

25

ଭୁବନେଶ୍ବର: ବୌଦ୍ଧରୁ ବରଯାତ୍ରୀ ସାରି ଫେରୁଥିବା ସମୟରେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ମହାଦେବପାଳି ଫାଣ୍ଡିର କର୍ତ୍ତଙ୍ଗ ଛକ ନିକଟରେ ଏହି ଅଘଟଣ ଘଟିଛି। ଏହି ଦୁର୍ଘଟଣାରେ ପ୍ରାୟ ୧୫ ଜଣ ବରଯାତ୍ରୀ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ବରଗଡ଼ ଜିଲ୍ଲା କମଗାଁ ଅଞ୍ଚଳରୁ ଏକ ବରଯାତ୍ରୀ ଦଳ ବୌଦ୍ଧ ଅଞ୍ଚଳକୁ ଯାଇଥିଲେ। ସେଠାରୁ ଫେରୁଥିବା ବେଳେ ବସଟି ଭାରସାମ୍ୟ ହରାଇ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇଛି। ଆହତଙ୍କ ମଧ୍ୟରୁ ୩ ଜଣଙ୍କୁ ବିନିକା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଅନ୍ୟ ୧୨ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Comments are closed, but trackbacks and pingbacks are open.