ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ : ଆଗାମୀ ୨୪ ଘଣ୍ଟାରେ ଭୀଷଣ ବର୍ଷା
ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି । ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷା । ୩୦ଟି ଯାକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ଆଗାମୀ ୨୪ ଘଣ୍ଟାରେ ଭୀଷଣ ବର୍ଷା ପାଇଁ ୭ ଜିଲ୍ଲା ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଯାଜପୁର ଓ ଭଦ୍ରକକୁ ରେଡ୍ ୱାର୍ଣ୍ଣିଂ ଦେଇଛି ପାଣିପାଗ କେନ୍ଦ୍ର । ଏସବୁ ଜିଲ୍ଲାରେ ଅଚାନକ ବନ୍ୟା ଆସିପାରେ । ତଳୁଆ ଅଞ୍ଚଳ ଜଳମଗ୍ନ ସହ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନର ଆଶଙ୍କା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୫ ଜିଲ୍ଲାକୁ ଅରେଞ୍ଜ ଓ ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୧୧ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ କେନ୍ଦ୍ର
Comments are closed, but trackbacks and pingbacks are open.