ବାୟୁ ପ୍ରଦୂଷଣ କୁ ରୋକିବା ପାଇଁ ଗାଇଡଲାଇନ ଜାରି କଲା ହୁ’

31

ବାୟୁ ପ୍ରଦୂଷଣ ପାଇଁ ସୃଷ୍ଟି ହେଉଥିବା ଫୁସଫୁସ ସମ୍ପର୍କିତ ରୋଗ ଉପରେ ରୋଗ ଲଗାଇବା ଓ ମୃତ୍ୟୃହାରକୁ ହ୍ରାସ କରିବା ଲକ୍ଷ୍ୟ ରେ ହୁ’ ପକ୍ଷରୁ ଗାଇଡଲାଇନ ଜାରି ହୋଇଛି ଦୀର୍ଘ ୧୫ ବର୍ଷରେ ପରେ ବାୟୁର ଗୁଣବତ୍ତାକୁ ନେଇ ପ୍ରଥମଥର ପାଇଁ ଏହି ଗାଇଡଲାଇନ ଜାରି କରିଛି ଇ ପୂର୍ବରୁ ୨୦୦୫ରେ ହୁ’ ପକ୍ଷରୁ ବାୟୁର ଗୁଣବତ୍ତାକୁ ନେଇ ଗାଇଡଲାଇନ ଜାରି କରାଯାଇଥିଲା। ବାୟୁ ପ୍ରଦୂଷଣ ଯୋଗୁ ବର୍ଷକ ପ୍ରାୟ ୭୦ ଲକ୍ଷ ଲୋକଙ୍କ ଜୀବନ ଯାଉଛି ବୋଲି ହୁ’ ଚିନ୍ତା ପ୍ରକଟ କରିଛି ।
ତେଣୁ ମିଳିତ ଜାତିସଂଘର ୧୯୪ ସଦସ୍ୟ ଦେଶକୁ ହୁ’ ପକ୍ଷରୁ ଜାରି କରାଯାଇଥିବା ଗାଇଡଲାଇନରେ ପ୍ରଦୂଷଣର ସୃଷ୍ଟି ହେଉଥିବା ସର୍ବାଧିକ ସ୍ତରକୁ ହ୍ରାସ କରାଯାଇଛି।
ନୂଆ ଗାଇଡଲାଇନରେ ନାଇଟ୍ରୋଜେନ୍ ଡାଇଅକ୍ସାଇଡର ସ୍ତରକୁ ହ୍ରାସ କରିବା ପାଇଁ ସୁପାରିସ କରାଯାଇଛି । ବାୟୁ ପ୍ରଦୂଷଣ ଜଳବାୟୁ ପରିବର୍ତ୍ତନର ମୁଖ୍ୟ କାରଣ ବୋଲି ଦର୍ଶା ଯାଇଛି । ଏଥିସହ ଲୋକଙ୍କ ସ୍ୱାସ୍ଥ୍ୟ ଓ ପରିବେଶ ପାଇଁ ଏହା ସବୁଠାରୁ ବଡ଼ ବିପଦ।ବାୟୁ ପ୍ରଦୂଷଣ ଯୋଗୁ ସମଗ୍ର ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୭୦ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟୁଛି। ତେଣୁ ବାୟୁ ପ୍ରଦୂଷଣ ଜନିତ ସମସ୍ୟାକୁ ସୁଧାରି ପାରିଲେ ଲୋକଙ୍କ ଜୀବନ ରକ୍ଷା ହୋଇପାରିବ ବୋଲି ଏଥିରେ କୁହାଯାଇଛି।
ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପ୍ରଦୂଷଣକୁ ହ୍ରାସ କରିବା ପାଇଁ particulate matter(ପିଏମ)ର ବାର୍ଷିକ ହାରାହାରି ପିଏମ ୨.୫ସ୍ତରକୁ ୧୦ ମାଇକ୍ରୋଗ୍ରାମ ପ୍ରତି କ୍ୟୁବିକ୍ ମିଟରରୁ ୫କୁ ହ୍ରାସ କରିଛି। ସେହିପରି ପିଏମ୧୦ର ସ୍ତରକୁ ୨୦ ମାଇକ୍ରୋଗ୍ରାମ୍ସରୁ ୧୫କୁ ହ୍ରାସ କରାଯାଇଛି। ଯଦି ବର୍ତ୍ତମାନ ବିଶ୍ୱରେ ଜାରି ରହିଥିବା ପ୍ରଦୂଷଣକୁ ହ୍ରାସ କରାଯାଇପାରିବ, ତା’ହେଲେ ପିଏମ୨.୫ ସହ ଜଡ଼ିତ ମୃତ୍ୟୁକୁ ପ୍ରାୟ ୮୦% ହ୍ରାସ କରାଯାଇପାରିବ।

Leave A Reply

Your email address will not be published.