ରାଜ୍ୟରେ ବୃଦ୍ଧି ପାଇବ ତାପମାତ୍ରା, କୁହୁଡ଼ି ନେଇ ୧୯ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

48

ଭୁବନେଶ୍ୱର: ରାଜ୍ୟର କିଛି ସ୍ଥାନରେ ବର୍ତ୍ତମାନ ରାତିରେ ଶୀତ ଅନୁଭୂତ ହେଉଥିବା ବେଳେ ଦିନ ବେଳା ଶୀତଋତୁର ପ୍ରଭାବ ଆଉ ନାହିଁ। ଏହାରି ମଧ୍ୟରେ ପାଣିପାଗ ବିଭାଗ ପକ୍ଷରୁ ଆଗାମୀ ୨୪ ଘଣ୍ଟା ପାଇଁ କୁହୁଡ଼ି ନେଇ ସତର୍କ ସୂଚନା ଜାରି କରାଯାଇଛି। ସୂଚନା ଅନୁସାରେ, ଆସନ୍ତା୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, କଳାହାଣ୍ଡି, କନ୍ଧମାଳ ଓ ନୟାଗଡ଼କୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି। ଏସବୁ ଜିଲ୍ଲାଗୁଡ଼ିକରେ ଦୃଶ୍ୟମାନତା ୫୦ରୁ ୨୦୦ ମିଟର ମଧ୍ୟରେ ରହିବ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାପମାତ୍ରା ବୃଦ୍ଧି ହେବ। ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ନେଇ ପୂର୍ବାନୁମାନ କରାଯାଇଛି। ତାପମାତ୍ରା ବୃଦ୍ଧି ସହ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜଣାପଡିଛି।

Comments are closed, but trackbacks and pingbacks are open.